Jerusalem, the Vine, Will Be Burned
15
ଅନନ୍ତର ସଦାପ୍ରଭୁଙ୍କ ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା। ସେ କହିଲେ, “ହେ ମନୁଷ୍ୟ ପୁତ୍ର, ଦ୍ରାକ୍ଷାଲତାର ଶାଖା, ବନସ୍ଥ ବୃକ୍ଷଗଣର ଶାଖା ଅପେକ୍ଷା କ’ଣ ଅଧିକ ଶକ୍ତ? ଏବଂ ଏହା ଅନ୍ୟ କୌଣସି ଶାଖା ଅପେକ୍ଷା ଭଲ କି? କୌଣସି କାର୍ଯ୍ୟ ନିମନ୍ତେ ତୁମ୍ଭେ କ’ଣ ସେହି କାଠ ନେବ? ନା! ଆଉ କୌଣସି ପାତ୍ର ଟାଙ୍ଗିବା ନିମନ୍ତେ ଲୋକେ କ’ଣ ସେଥିରୁ ମେଖ କରିବ? ନା! ଲୋକେ କେବଳ ଜାଳ ହେବା ପାଇଁ ତାକୁ ଅଗ୍ନିରେ ପକାନ୍ତି। ତା’ର ଦୁଇମୁଣ୍ଡ ଅଗ୍ନିରେ ପୋଡ଼ିଯାଏ ଓ ମଝିଅଂଶ ଅର୍ଦ୍ଧଦ‌ଗ୍‌ଧ’ ରହେ। ତାହା କ’ଣ କୌଣସି କାର୍ଯ୍ୟରେ ଆସିବ? ଅଗ୍ନିରେ ନ ପୋଡ଼ିବା ପୂର୍ବରୁ ସେ କୌଣସି କାର୍ଯ୍ୟ ପାଇଁ ଯୋଗ୍ୟ ହେଲା ନାହିଁ କି ଅଗ୍ନିରେ ଦ‌ଗ୍‌ଧ ହେଲା ପରେ ତାହା କୌଣସି କାର୍ଯ୍ୟ ପାଇଁ ଯୋଗ୍ୟ ହେଲା ନାହିଁ।” ସଦାପ୍ରଭୁ ମୋର ପ୍ରଭୁ କହନ୍ତି: “ବନର ସମସ୍ତ ବୃକ୍ଷ ମଧ୍ୟରୁ ମୋର ଜାଳେଣି ପାଇଁ ଦ୍ରାକ୍ଷା କାଠ ଅଛି। ମୁଁ ଯିରୁଶାଲମ ନିବାସୀମାନଙ୍କୁ ଏହିପରି କରିବି। ମୁଁ ସେମାନଙ୍କ ବିରୁଦ୍ଧରେ ମୋର ମୁହଁ ବୁଲାଇବି। ଯଦି ସେମାନେ ଅଗ୍ନିରୁ ରକ୍ଷା ପାଇଗଲେ, ତଥାପି ସେହି ଅଗ୍ନି ସେମାନଙ୍କୁ ଗ୍ରାସ କରିବ। ଯେହେତୁ ମୁଁ ସେମାନଙ୍କ ବିରୁଦ୍ଧରେ ବିମୁଖ ହୋଇଛି, ଏହା ସେମାନେ ଜାଣିବେ ଯେ, ମୁଁ ସଦାପ୍ରଭୁ ଅଟେ। ଏବଂ ମୁଁ ସେ ଦେଶକୁ ଧ୍ୱଂସ କରିବି, କାରଣ ସେମାନେ ମୋ’ ପ୍ରତି ମହା ଅବିଶ୍ୱାସ କରିଛନ୍ତି।” ଏହା ମୋର ପ୍ରଭୁ, ସଦାପ୍ରଭୁ କହନ୍ତି।