ବି‌‌ଲ୍‌‌ଦଦ୍ ଆୟୁବକୁ ଉତ୍ତର ଦେଲା
25
ଏହା ପରେ ଶୂହୀୟ ବି‌‌ଲ୍‌‌ଦଦ୍ ଉତ୍ତର କରି କହିଲା,
“ପରମେଶ୍ୱର ରାଜ୍ୟ କରନ୍ତି।
ସେ ଲୋକଙ୍କୁ ଭୟାଳୁ କରନ୍ତି ଓ ତାକୁ ସମ୍ମାନ କରନ୍ତି।
ସେ ସ୍ୱର୍ଗ ରାଜ୍ୟରେ ଶାନ୍ତି ସ୍ଥାପନ କରନ୍ତି।
କେହି ତାଙ୍କର ତାରାଗଣର ସଂଖ୍ୟା ଗଣନା କରି ପାରିବେ ନାହିଁ।
ସେ ସମସ୍ତଙ୍କୁ ସମାନ ଭାବରେ ସୂର୍ଯ୍ୟକିରଣ ପ୍ରଦାନ କରନ୍ତି।
ପରମେଶ୍ୱରଙ୍କ ସହିତ ବିବାଦ କରି, କେହି ମନୁଷ୍ୟ କିପରି ଭଲ ହୋଇ ପାରିବ?
କିମ୍ବା ସ୍ତ୍ରୀଲୋକ ପାଖରୁ ଜନ୍ମ ହୋଇ ଜଣେ ମନୁଷ୍ୟ କିପରି ନିରୀହ ହୋଇ ପାରିବ।
ପରମେଶ୍ୱରଙ୍କ ଦୃଷ୍ଟିରେ ଚନ୍ଦ୍ର ମଧ୍ୟ ପବିତ୍ର ଓ ଦୀପ୍ତିମାନ ନୁହେଁ।
ଏପରିକି ନକ୍ଷତ୍ର ସମୂହ ମଧ୍ୟ ନିର୍ମଳ ନୁହନ୍ତି।
ଲୋକମାନେ ବହୁତ କମ୍ ନିର୍ମଳ।
ଲୋକମାନେ କୀଟାଣୁ ପରି ମୂଲ୍ୟହୀନ ଜୀବାଣୁ।”