ଶତ୍ରୁଗଣ ଯିରୁଶାଲମକୁ ଅବରୋଧ କରନ୍ତି
6
ହେ ବିନ୍ୟାମୀନ ସନ୍ତାନଗଣ, ତୁମ୍ଭେମାନେ ରକ୍ଷା ପାଇବା ପାଇଁ
ଯିରୁଶାଲମରୁ ପଳାୟନ କର।
ତିକୋୟ ନଗରରେ ତୂରୀ ବଜାଅ
ଓ ବୈ‌ଥ୍‌ହକେରମରେ ଧ୍ୱଜା ଟେକ।
କାରଣ ଉତ୍ତର ଦିଗରୁ ଅମଙ୍ଗଳ
ଓ ମହାବିନାଶ ଆସୁଅଛି।
ହେ ସୁନ୍ଦରୀ ଓ ସୁକୁମାରୀ ସିୟୋନ କନ୍ୟା,
ଆମ୍ଭେ ତୁମ୍ଭକୁ ଧ୍ୱଂସ କରିବା।
ମେଷପାଳକମାନେ ଆପଣା ଆପଣା ପଲ ସଙ୍ଗରେ ନେଇ
ତାହା ପାଖକୁ ଆସିବେ,
ସେମାନେ ତାହା ବିରୁଦ୍ଧରେ ଚତୁର୍ଦ୍ଦିଗରେ ନିଜ ନିଜ ତମ୍ବୁ ସ୍ଥାପନ କରିବେ।
ପ୍ରତ୍ୟେକ ନିଜ ନିଜ ସ୍ଥାନରେ ପଲ ଚରାଇବେ।
“ତୁମ୍ଭେମାନେ ଯିରୁଶାଲମ ବିରୁଦ୍ଧରେ ଯୁଦ୍ଧ ପାଇଁ ପ୍ରସ୍ତୁତ ହୁଅ।
ଉଠ, ଆମ୍ଭେମାନେ ମଧ୍ୟାହ୍ନରେ ଆକ୍ରମଣ କରିବା।
ହାୟ, କାରଣ ଦିନର ଅବସାନ ହେଉଅଛି।
ସନ୍ଧ୍ୟାକାଳର ଛାୟା ଦୀର୍ଘ ହେଉଅଛି।
ତେଣୁ ଉଠ, ଆସ ଆମ୍ଭେମାନେ ରାତ୍ରିରେ ଆକ୍ରମଣ କରିବା
ଓ ରାଜପ୍ରାସାଦଗୁଡ଼ିକୁ ଧ୍ୱଂସ କରିବା।”
କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହା କହନ୍ତି,
“ବୃକ୍ଷସବୁ କାଟ ଏବଂ ରାସ୍ତାରୋଧକ କାଠଗଣ୍ଡି
ଯିରୁଶାଲମ ବିରୁଦ୍ଧରେ ନିର୍ମାଣ କର।
ସେହି ନଗର ପ୍ରତିଫଳ ପାଇବାର ଯୋଗ୍ୟ।
ତାହାର ଭିତର ସମ୍ପୂର୍ଣ୍ଣ ଉପଦ୍ରବମୟ।
ଯେପରି କୂପ ତା’ର ଜଳକୁ ସତେଜ ରଖେ,
ସେହିପରି ଯିରୁଶାଲମ ତା’ର ଦୁଷ୍ଟତା ସତେଜ ରଖେ।
ତାହାରି ମଧ୍ୟରେ ଦୌରାତ୍ମ୍ୟ ଓ ଅପହରଣ ଶୁଣାଯାଏ।
ପୁଣି ପୀଡ଼ା ଓ କ୍ଷତ ନିରନ୍ତର ଆମ୍ଭ ସାକ୍ଷାତରେ ଥାଏ।
ହେ ଯିରୁଶାଲମ, ଆମ୍ଭର ଶିକ୍ଷା ଗ୍ରହଣ କର।
ତୁମ୍ଭେ ଯଦି ଆମ୍ଭ କଥା ନ ଶୁଣ, ତେବେ ଆମ୍ଭେ ବିରକ୍ତିରେ ତୁମ୍ଭ ପାଖରୁ ଦୂରେଇ ଯିବା।
ଆମ୍ଭେ ତୁମ୍ଭର ଦେଶକୁ ଏକ ମରୁଭୂମି
ଓ ଜନଶୂନ୍ୟରେ ପରିଣତ କରିବା।”
ସୈନ୍ୟାଧିପତି ସଦାପ୍ରଭୁ ଏହା କହନ୍ତି,
“ଦ୍ରାକ୍ଷା ସଂଗ୍ରହ କଲାପରି
ଇସ୍ରାଏଲର ଅବଶିଷ୍ଟ ଲୋକମାନଙ୍କୁ ସମ୍ପୂର୍ଣ୍ଣ ଭାବରେ ଏକତ୍ରିତ କର:
ଏହାର ଶାଖାରେ ହାତ ବୁଲାଅ।”
10 ମୁଁ କାହାକୁ କହିବି?
କାହାକୁ ମୁଁ ସତର୍କ କରିବି?
କିଏ ବା ମୋ’ କଥା ଶୁଣିବ?
ଇସ୍ରାଏଲର ଲୋକମାନେ ସେମାନଙ୍କର କର୍ଣ୍ଣ ବନ୍ଦ କରିଛନ୍ତି,
ତେଣୁ ସେମାନେ ମୋ’ କଥା ଶୁଣି ପାରନ୍ତି ନାହିଁ।
ସେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣିବାକୁ ଆଗ୍ରହ କରନ୍ତି ନାହିଁ।
ତାଙ୍କର ବାର୍ତ୍ତା ଶୁଣିବାକୁ ଇଚ୍ଛା କରନ୍ତି ନାହିଁ।
11 ଏଣୁ ମୁଁ ସଦାପ୍ରଭୁଙ୍କ କ୍ରୋଧରେ ପରିପୂର୍ଣ୍ଣ ହୋଇଅଛି
ଓ ମୁଁ ତାହା ଧରି ରଖିବାରେ କ୍ଳାନ୍ତ ହୋଇଅଛି!
“ସଦାପ୍ରଭୁଙ୍କ କ୍ରୋଧକୁ ରାସ୍ତାରେ କ୍ରୀଡ଼ାରତ ପିଲାମାନଙ୍କ ଉପରେ ଢାଳି ପକାଅ
ଓ ସଭାରେ ଏକତ୍ରିତ ହୋଇଥିବା ଯୁବକମାନଙ୍କ ଉପରେ ଢାଳିଦିଅ,
କାରଣ ସ୍ୱାମୀ, ସ୍ତ୍ରୀ,
ବୃଦ୍ଧ ଓ ବୟସ୍କ ସମସ୍ତେ ଧରାଯିବେ।
12 ଆଉ ସେମାନଙ୍କ ଗୃହ, ସେମାନଙ୍କର କ୍ଷେତ୍ର
ଓ ସେମାନଙ୍କର ସ୍ତ୍ରୀ ଅନ୍ୟମାନଙ୍କୁ ଦିଆଯିବ।”
କାରଣ ସଦାପ୍ରଭୁ କହନ୍ତି “ଆମ୍ଭେ ଯିହୁଦାର ଲୋକମାନଙ୍କୁ ଶାସ୍ତି ଦେବା ପାଇଁ
ଆମ୍ଭର ହସ୍ତ ସେମାନଙ୍କ ଉପରେ ବିସ୍ତାର କରିବା।”
13 “ଇସ୍ରାଏଲର ଛୋଟରୁ ବଡ଼ ପର୍ଯ୍ୟନ୍ତ ସମସ୍ତ ଲୋକ ଲୋଭାସକ୍ତ।
ଆଉ ଭବିଷ୍ୟ‌ଦ୍‌ବକ୍ତାଠାରୁ ଯାଜକ ପର୍ଯ୍ୟନ୍ତ
ପ୍ରତ୍ୟେକ ମିଥ୍ୟାଗ୍ଭରୀ।
14 ଯଦିଓ ଆମ୍ଭର ଲୋକମାନେ ଗମ୍ଭୀର ଭାବରେ ଆଘାତପ୍ରାପ୍ତ ହୋଇ ଅଛନ୍ତି,
ସେମାନେ ଏହା କହି ସେମାନଙ୍କୁ ଆରୋଗ୍ୟ କରିବା ପାଇଁ ଚେଷ୍ଟା କରନ୍ତି।
ଏଠାରେ ‘ଶାନ୍ତି’ ଅଛି,
ଯେତେବେଳେ ସେଠାରେ ଆଦୌ ଶାନ୍ତି ନାହିଁ।
15 ଯାଜକ ଓ ଭବିଷ୍ୟ‌ଦ୍‌ବକ୍ତାମାନେ ଘୃଣ୍ୟକର୍ମ କଲେ ମଧ୍ୟ ଲଜ୍ଜିତ ନୁହନ୍ତି।
ସେମାନେ ସେମାନଙ୍କର ଦୁଷ୍କର୍ମ ପାଇଁ ମୁଖ ବିବର୍ଣ୍ଣ କଲେ ନାହିଁ।”
ତେଣୁ ସଦାପ୍ରଭୁ କହନ୍ତି,
“ସେମାନେ ପତିତମାନଙ୍କ ମଧ୍ୟରେ ପତିତ ହେବେ
ଓ ଆମ୍ଭେ ସେମାନଙ୍କୁ ପ୍ରତିଫଳ ଦେବା ବେଳେ
ସେମାନେ ନିପାତିତ ହେବେ।”
16 ପୁଣି ସଦାପ୍ରଭୁ କହନ୍ତି,
“ତୁମ୍ଭେମାନେ ଛକସ୍ଥାନରେ ଛିଡ଼ା ହୋଇ ଦେଖ,
ଆଉ ପୁରାତନ ପଥ ବିଷୟରେ ପ୍ରଗ୍ଭର କରି କୁହ,
ଉତ୍ତମ ପଥ କାହିଁ?
ଆଉ ସେହି ପଥରେ ଗମନ କର,
ତାହାହେଲେ ତୁମ୍ଭେମାନେ ନିଜ ନିଜ ପ୍ରାଣରେ ବିଶ୍ରାମ ପାଇବ।
ମାତ୍ର ସେମାନେ କହିଲେ, ‘ଆମ୍ଭେମାନେ ସେ ପଥରେ ଗମନ କରିବୁ ନାହିଁ।’
17 ଆମ୍ଭେ ତୁମ୍ଭମାନଙ୍କ ଉଦ୍ଦେଶ୍ୟରେ ପ୍ରହରୀ ନିଯୁକ୍ତ କରି କହିଲୁ,
‘ତୂରୀର ଶବ୍ଦ ଶୁଣ।’
ମାତ୍ର ସେମାନେ କହିଲେ, ‘ଆମ୍ଭେମାନେ ଶୁଣିବୁ ନାହିଁ।’
18 ତେଣୁ ହେ ନାନାଦେଶୀୟମାନେ, ତୁମ୍ଭେମାନେ ଶୁଣ,
ଆଉ ହେ ମଣ୍ଡଳୀ, ସେମାନଙ୍କର କ’ଣ ହେବାକୁ ଯାଉଛି, ହୃଦୟଙ୍ଗମ କର।
19 ହେ ପୃଥିବୀବାସୀ ଶୁଣ, ଆଉ ଦେଖ,
ଆମ୍ଭେ ଏହି ଲୋକମାନଙ୍କ ଉପରେ ଅମଙ୍ଗଳ ଆଣିବା।
କାରଣ ସେମାନେ ଆମ୍ଭ ବାକ୍ୟରେ ଅବଧାନ କରି ନାହାନ୍ତି
ଓ ଆମ୍ଭର ବ୍ୟବସ୍ଥାକୁ ଅମାନ୍ୟ କରିଅଛନ୍ତି।”
20 ପୁଣି ସଦାପ୍ରଭୁ କହନ୍ତି, “ଶିବା ଦେଶରୁ ଧୂପ
ଓ ଦୂର ଦେଶରୁ ସୁଗନ୍ଧି ବେତ ଆଣିବାର ଫଳ କଅଣ?
ତୁମ୍ଭମାନଙ୍କର ହୋମବଳି ସବୁ ଗ୍ରହଣୀୟ ନୁହେଁ
କିଅବା ତୁମ୍ଭମାନଙ୍କର ବଳିଦାନସବୁ ଆମ୍ଭର ତୁଷ୍ଟିଜନକ ନୁହେଁ।”
21 ତେଣୁ ସଦାପ୍ରଭୁ କହନ୍ତି,
“ଦେଖ, ଆମ୍ଭେ ଏହି ଲୋକମାନଙ୍କ ଆଗରେ ନାନା ବିଘ୍ନ ରଖିବା।
ଯାହା ଫଳରେ ପିତୃଗଣ ଓ ପୁତ୍ରଗଣ
ଏକ ସଙ୍ଗରେ ଝୁଣ୍ଟି ପଡ଼ିବେ
ଓ ପ୍ରତିବାସୀ ଓ ତାଙ୍କର ମିତ୍ର ବିନଷ୍ଟ ହେବେ।”
22 ଆଉ ମଧ୍ୟ ସଦାପ୍ରଭୁ ଏହିକଥା କହନ୍ତି,
“ଦେଖ ଉତ୍ତର ଦିଗରୁ ଏକ ସୈନ୍ୟବାହିନୀ ଆସୁଛନ୍ତି
ଓ ପୃଥିବୀର ପ୍ରାନ୍ତ ଭାଗରୁ ଏକ ମହା ଗୋଷ୍ଠୀ ଉତ୍ତେଜିତ ହେବେ।
23 ସେମାନେ ଧନୁ ଓ ବର୍ଚ୍ଛା ଧରନ୍ତି,
ସେମାନେ ନିଷ୍ଠୁର ଓ ନିର୍ଦ୍ଦୟ।
ସେମାନେ ସମୁଦ୍ର ପରି ଗର୍ଜନ କରନ୍ତି।
ଆଉ ସେମାନେ ଅଶ୍ୱାରୋହଣ କରନ୍ତି।
ଆଗୋ ସିୟୋନର କନ୍ୟା, ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ
ସେମାନଙ୍କର ପ୍ରତ୍ୟେକ ଯୋଦ୍ଧା ପ୍ରସ୍ତୁତ ହେଉଅଛନ୍ତି।”
24 ଆମ୍ଭେମାନେ ସେହି ସୈନ୍ୟବାହିନୀ ବିଷୟରେ ଏକ ଜନରବ ଶୁଣିଅଛୁ।
ଆମ୍ଭମାନଙ୍କର ହସ୍ତ ଦୁର୍ବଳ ହୁଏ,
ଯନ୍ତ୍ରଣା ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ
ବେଦନା ଆମ୍ଭମାନଙ୍କୁ ଆକ୍ରାନ୍ତ କରେ।
25 ଘରୁ ବାହାରି କ୍ଷେତ୍ରକୁ ଯାଅ ନାହିଁ
କିଅବା ରାସ୍ତାରେ ଗମନ କର ନାହିଁ।
କାରଣ ଗ୍ଭରିଆଡ଼େ ଶତ୍ରୁର ‌‌ଖ‌ଡ଼୍‌ଗ
ଓ ଆଶଙ୍କା ରହିଛି।
26 ହେ ମୋର ଲୋକମାନେ, ତୁମ୍ଭେମାନେ ଚଟବସ୍ତ୍ର ପରିଧାନ କର,
ଭସ୍ମରେ ଗଡ଼,
ଏକମାତ୍ର ପୁତ୍ରର ମୃତ୍ୟୁରେ ଶୋକ କଲାପରି ଶୋକ କର।
ଅତିଶୟ ବିଳାପ କର।
କାରଣ ଆମ୍ଭମାନଙ୍କୁ ବିନାଶକାରୀ
ଅକସ୍ମାତ୍ ଆକ୍ରମଣ କରିବ।
27 “ହେ ଯିରିମିୟ, ଆମ୍ଭେ ତୁମ୍ଭକୁ ଜଣେ ପରୀକ୍ଷକ
ଓ ନିର୍ମଳ ରୂପେ ନିଯୁକ୍ତ କରିଅଛୁ,
ତୁମ୍ଭେ ଯେପରି ମୋ’ ଲୋକମାନଙ୍କୁ ପରୀକ୍ଷା କରି
ସେମାନଙ୍କର ପଥ ଜ୍ଞାତ ହୋଇ ପାରିବ।
28 ସେମାନେ ଅତ୍ୟନ୍ତ ଅବାଧ୍ୟ,
ଗ୍ଭରିଆଡ଼େ ସେମାନେ ନିନ୍ଦାଗାନ କରନ୍ତି।
ସେମାନେ ପିତ୍ତଳ ଓ ଲୁହାପରି,
ସେମାନେ ସମସ୍ତେ
ଦୁର୍ନୀତିଗ୍ରସ୍ତ ଭାବରେ କାମ କରନ୍ତି।
29 ସେମାନେ ଭାଟିକୁ ପ୍ରଚଣ୍ଡରୂପେ ଉତ୍ତପ୍ତ କରି
ସେଥିରୁ ସୀସା ଖାଦ ବାହାର କରି
ଏହାକୁ ବିଶୁଦ୍ଧ କରିବାକୁ ଚେଷ୍ଟା କରୁଛନ୍ତି।
ମାତ୍ର ସେମାନେ ବୃଥା ଚେଷ୍ଟା କରୁଛନ୍ତି
କାରଣ ଦୁଷ୍ଟମାନେ ଏଠାରୁ ଉତ୍ପାଟିତ ହେଉ ନାହାନ୍ତି।
30 ଲୋକେ ସେମାନଙ୍କୁ ‘ପରିତ୍ୟକ୍ତା ରୂପା’ ବୋଲି କହିବେ
କାରଣ ସଦାପ୍ରଭୁ ସେମାନଙ୍କୁ ପରିତ୍ୟାଗ କରିଅଛନ୍ତି।”